Skip to main content

ଭାରତ ଗସ୍ତରେ ମଙ୍ଗୋଲିଆ ରାଷ୍ଟ୍ରପତି

ମଙ୍ଗୋଲିଆର ରାଷ୍ଟ୍ରପତି ଖଲଟାମାଗିନ ବତୁଲ୍ଗା, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆମନ୍ତ୍ରଣ କ୍ରମେ ଭାରତ ଗସ୍ତରେ ଆସିଛନ୍ତି | ପ୍ରାୟ ଗୋଟିଏ ଦଶନ୍ଧି ପରେ ମଙ୍ଗୋଲିଆର କୌଣସି ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି | ଶ୍ରୀ ବତୁଲ୍ଗାଙ୍କ ସହିତ ତାଙ୍କ ସରକାରଙ୍କ ଉଚ୍ଚସ୍ତରୀୟ କର୍ତ୍ତୃପକ୍ଷ ଏବଂ ଶିଳ୍ପପତିମାନଙ୍କ ପ୍ରତିନିଧି ମଣ୍ତଳି ଆସିଛନ୍ତି|

ଭାରତର ରାଷ୍ଟ୍ରପତି ଏବଂ ଉପ ରାଷ୍ଟ୍ରପତିଙ୍କ ଦ୍ବାରା ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଏକ ନଶ୍ୟ ଭୋଜିସଭାର ଆୟୋଜନ ହୋଇଥିଲା ଯେଉଁଠି ବିବିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ମଧ୍ୟ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ପ୍ରତିନିଧି ସ୍ତରୀୟ ଆଲୋଚନା ହୋଇଛି | ଦୁଇ ପକ୍ଷ ଆଞ୍ଚଳିକ ଏବଂ ଆନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି | ଦୁଇ ଦେଶ ଦକ୍ଷତା ବିକାଶ, ପ୍ରତିରକ୍ଷା, ନିରାପତ୍ତା, ଭିତ୍ତିଭୂମି, ଶକ୍ତି, ଦୁର୍ବିପାକ ପରିଚାଳନା ଏବଂ ସାଂସ୍କୃତିକ ଆଦାନପ୍ରଦାନ ଆଦି ପ୍ରସଙ୍ଗକୁ ନେଇ ଦ୍ଵିପକ୍ଷୀୟ ସହଯୋଗ ଉପରେ ଆଲୋଚନା ହୋଇଛି | ପ୍ରଧାନମନ୍ତ୍ରୀ ମୋଦି ଏହା ପୂର୍ବରୁ ସେପ୍ଟେମ୍ବର 2019ର ପ୍ରଥମ ସପ୍ତାହରେ ରୁଷର ଭ୍ଲାଦିଭୋଷ୍ଟକରେ ଇଷ୍ଟର୍ଣ୍ଣ ଇକୋନୋମିକ ଫୋରମ ବୈଠକ କାଳରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ସହ ସାକ୍ଷାତ ଆଲୋଚନା କରିସାରିଛନ୍ତି |

ଭାରତ ପୂର୍ବାଞ୍ଚଳ ରାଷ୍ଟ୍ରଗୁଡିକ ସହିତ ଏହାର ସଂପର୍କକୁ ପୁନଃ ମଜବୁତ କରିବା ଆରମ୍ଭ କରିଛି ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଏହି ମର୍ମରେ 2015ରେ ମଙ୍ଗୋଲିଆ ଗସ୍ତ କରିଥିଲେ | ଦୁଇ ପକ୍ଷ 2015ରେ କେତେକ ରାଜିନାମା ସ୍ଵାକ୍ଷର କରିଥିଲେ ଯାହାର ଆଧାର ଥିଲା ଗଣତନ୍ତ୍ର, ସ୍ଵାଧିନତା ଏବଂ ବୌଦ୍ଧ ଐତିହ୍ୟ | ବର୍ତ୍ତମାନ ପାଞ୍ଚ ଦିନ ପାଇଁ ଭାରତକୁ ଆସିଥିବା ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କକୁ ଆହୁରି ସୁଦୃଢ କରିବ |

ଭାରତ ଏବଂ ମଙ୍ଗୋଲିଆ ମଧ୍ୟରେ 1955 ଡିସେମ୍ଵରରେ କୂଟନୈତିକ ସଂପର୍କ ସ୍ଥାପନ ହୋଇଥିଲା | ବୌଦ୍ଧ ଧର୍ମର ସଂଯୋଗ ଯୋଗୁଁ ମଙ୍ଗୋଲିଆ ପାଇଁ ଭାରତ ହେଉଛି ଆଧ୍ୟାତ୍ମିକ ପଡୋଶୀ | ଚିନ ଏବଂ ରୁ, ଏହି ଦୁଇ ଦେଶ କେବଳ ଏହାର ପଡୋଶୀ ଦେଶ | ମଙ୍ଗୋଲିଆରେ ଥିବା ଭାରତର ପୂର୍ବତନ ରାଷ୍ଟ୍ରଦୂତ ବକୁଳ ରିମ୍ପୋଚେଙ୍କୁ ମଙ୍ଗୋଲିଆ ଆଜି ମଧ୍ୟ ସମ୍ମାନ ଦେଖାଏ କାରଣ ତାଙ୍କ ସମୟରେ ସେଠାରେ ଅନେକ ବୌଦ୍ଧ କୀର୍ତ୍ତିରାଜିର ପୁନଃରୁଦ୍ଧାର ହୋଇଥିଲା | ମଙ୍ଗୋଲିଆର ଆୟତନ ବଡ ଥିଲେ ମଧ୍ୟ ଏହାର ଲୋକସଂଖ୍ୟା କମ ଏହା ସତ୍ତ୍ଵେ ମଧ୍ୟ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ କାରବାର ବି କମ ରହିଛି | 2018-19ରେ କାରବାର ମାତ୍ର 23.83 ମିଲିୟନ ଡଲାର ଥିଲା |

ଭାରତ ଏହାର ପୂର୍ବ ଆକ୍ଟ ଏବଂ ପୂର୍ବ ଫାର ଆକ୍ଟ ନୀତିକୁ ଅଧିକ ପ୍ରଖର କରିଥିବା ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ନିକଟରେ ରୁଷ ଗସ୍ତ କାଳରେ ଘୋଷଣା କରିଛନ୍ତି | ପ୍ରମୁକ ଆନ୍ତର୍ଜାତୀୟ ପ୍ରସଙ୍ଗରେ ମଙ୍ଗୋଲିଆ ଭାରତକୁ ସମର୍ଥନ କରୁଛି |




ଆଲେଖ: ଅଥର ଜାଫର

ଭାବାନୁବାଦ: ରାମଚଂଦ୍ର ନାଥ

Comments

Popular posts from this blog

କୋଭିଡ-19 ସଂଗ୍ରାମ ଲାଗି ଅଧିକ ସତର୍କତା ଅବଲମ୍ବନ କରିବା ପାଇଁ ଆହ୍ଵାନ ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ “ମନ କି ବାତ” ର 65 ତମ ସଂସ୍କରଣରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି | ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦେଶ ଐକ୍ୟବଦ୍ଧ ହୋଇ କରୋନା ସଙ୍କଟର ମୁକାବିଲା କରୁଛି ଓ ଲକଡାଉନ କଟକଣା କୋହଳ କରାଯାଇ ଭାରତୀୟ ଅର୍ଥନୀତିର ଏକ ପ୍ରମୁଖ ଭାଗ ଖୋଲିଦିଆଯାଇଥିବାରୁ ଅଧିକ ସତର୍କତା ଅବଲମ୍ବନ କରି ଆଗକୁ ଅଗ୍ରସର ହେବାକୁ ପଡିବ | ପ୍ରଧାନମନ୍ତ୍ରୀ କହିଛନ୍ତି ଯଥେଷ୍ଟ ପ୍ରତିଷେଧମୂଳକ ପଦକ୍ଷେପ ସହ 200 ଟି ଟ୍ରେନ ଚଳାଚଳ କରିଛି | ବିମାନ ସେବା ମଧ୍ୟ ଆରମ୍ଭ ହୋଇଛି ଓ ଉଦ୍ୟୋଗ କ୍ଷେତ୍ର ମଧ୍ୟ ସ୍ଵାଭାବିକ ଅବସ୍ଥାକୁ ଫେରୁଛି | କରୋନା ମୁକାବିଲା ବିରୁଦ୍ଧରେ କୌଣସି ପ୍ରକାରର ଅବହେଳା ପ୍ରଦର୍ଶନ ନକରି ଦୁଇ ଗଜ ଦୂରତା ପାଳନ କରିବା ସହ ମାସ୍କ ପିନ୍ଧି ଯଥା ସମ୍ଭବ ଘରେ ରହିବାକୁ ସେ ସତର୍କ କରାଇଛନ୍ତି | ଅନେକ ବାଧା ବିଘ୍ନର ସମ୍ମୁଖୀନ ହୋଇ କରୋନା ସଙ୍କଟର ମୁକାବିଲା କରିବା ପାଇଁ ଜାରି ରହିଥିବା ଅହରହ ପରିଶ୍ରମ ଯେପରି ବୃଥାରେ ନଯାଉ ବୋଲି ଶ୍ରୀ ମୋଦୀ ଜୋର ଦେଇକହିଛନ୍ତି | ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶବାସୀଙ୍କ ସଂକଲ୍ପ ଶକ୍ତି ସହିତ ଏବେ ସେବା ଶକ୍ତି ଯୋଡି ହୋଇଯାଇଛି ଏବଂ ଏହା ସହ ଭାରତ ଦୃଢତାର ସହ କରୋନା ବିରୁଦ୍ଧରେ ଲଢୁଛି | ‘ସେବା ପରମ ଧର୍ମ’ ଉକ୍ତି ସହ ଆମେ ବେଶ ପରିଚିତ ଓ ଏହି ମନୋଭାବ ନେଇ ଆମେ ଆଗେଇ ଚାଲିଛୁ ବୋଲି ସେ କହିଛନ୍ତି | ଡାକ୍ତର, ...

ଆତ୍ମନିର୍ଭର ଭାରତରେ ପ୍ରବାସୀଙ୍କ ଭୂମିକା

ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଷୋଡ଼ଶ ତମ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ‘ଆତ୍ମନିର୍ଭର ଭାରତ ଭାରତରେ ପ୍ରବାସୀଙ୍କ ଭୂମିକା’ ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଡ ଜୟଶଙ୍କର କହିଛନ୍ତି, ଆତ୍ମନିର୍ଭର ପ୍ରସଙ୍ଗର ଆଭିମୁଖ୍ୟ ବିଶ୍ୱସ୍ତରୀୟ ପ୍ରଭାବକୁ ଆଲୋକିତ କରିଥାଏ । ଏହା ମଧ୍ୟ ପ୍ରବାସୀଙ୍କ ସହିତ ଅଧିକ ଶକ୍ତିଶାଳୀ ସଂଯୋଗ ପାଇଁ ନୂତନ ଉପାୟ ସୃଷ୍ଟି କରିବାରେ ସାହାଯ୍ୟ କରେ । ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଛନ୍ତି ଯେ ଆତ୍ମନିର୍ଭର ଭାରତର ଉଦ୍ଦେଶ୍ୟ ହେଉଛି ଅଧିକ ଜାତୀୟ ଦକ୍ଷତା ଗଠନ କରିବା ଯାହା ଦ୍ବାରା ଆମେ ବିଶ୍ୱ ସହିତ ଏକ ମଜଭୁତ ଯୋଗଦାନ କରିପାରିବା । ସର୍ବୋପରି, ଏହା ଏକ ପ୍ରଶଂସନୀୟ ଲକ୍ଷ୍ୟ । କିନ୍ତୁ କୋଭିଡ-19 ମହାମାରୀର ଅଭିଜ୍ଞତା ଅଧିକ ବିଶ୍ୱସ୍ତ, ସ୍ଥିର, ନିର୍ଭରଯୋଗ୍ୟ ଏବଂ ଉପେକ୍ଷିତ ଯୋଗାଣ ଶୃଙ୍ଖଳାର ଆବଶ୍ୟକତାକୁ ବୁଝାଇ ଦେଇଛି । ସେହି ପ୍ରୟାସରେ ଉଭୟ ପକ୍ଷଙ୍କୁ ଜଡିତ କରିବା ସ୍ୱାଭାବିକ । ରାଷ୍ଟ୍ର ନିର୍ମାଣରେ ଭାରତୀୟ ଉତ୍ସାହ ସର୍ବଦା ଉତ୍ତୀର୍ଣ୍ଣ ଯୋଗଦାନ ଦେଇଆସୁଛି । ଦ୍ୱିତୀୟତଃ ନିଜ ନିଜ ସମାଜରେ ସମସ୍ତେ ଉଚ୍ଚକୋଟୀର ଉତ୍ସ, ପ୍ରଯୁକ୍ତିବିଦ୍ୟା, କୁଶଳ କାର୍ଯ୍ୟଶୈଳୀ ଏବଂ ଅଭିନବତା ଆଣିପାରିବେ । ତୃତୀୟତଃ ସେମାନେ ଏହି ଉଚ୍ଚାଭିଳାଷୀ ଅଭ୍ୟାସକୁ ବାସ୍ତବରେ ବିଶ୍ୱସ୍ତରୀୟ ଛାପ ଛାଡ଼ିବାରେ ରେ ସାହାଯ୍ୟ କରିପାରିବେ । ମନ୍ତ୍ରୀ ଆଶା କରିଛନ୍ତି ଯେ...

ନେପାଳ ସମ୍ପ୍ରତ୍ତି ନେଇଥିବା ଏହାର ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାର ଆବଶ୍ୟକତା ରହିଛି

ଭାରତ ସହ ନେପାଳର ବହୁମୂଖୀ ସମ୍ପର୍କ ରହିଛି ଯାହାକୁ ଦୈନନ୍ଦିନ ଜୀବନର ଏପରି କୌଣସି କ୍ଷେତ୍ର ନାହିଁ ଯାହା ସହ ଯୋଡା ଯାଇପାରିବ ନାହିଁ | ଏହିପରି ନିବିଡ ସମ୍ପର୍କ ବିଶ୍ଵର କୌଣସି ସ୍ଥାନରେ ଦେଖିବାକୁ ମିଳେନାହିଁ | କିନ୍ତୁ ସମ୍ପ୍ରତ୍ତି ନେପାଳ ରାଜନୀତିରେ ଭାରତ ବିରୋଧୀ ଜାତୀୟତାବାଦର ଉଦ୍ରେକ ହୋଇଛି | ନିକଟ କିଛି ସପ୍ତାହ ମଧ୍ୟରେ ଏହିଭଳି ରାଜନୀତି ପାଇଁ ଭୌଗୋଳିକ ଓ ଐତିହାସିକ ଦୃଷ୍ଟିରୁ ନିବିଡ ଥିବା ଭାରତ-ନେପାଳ ସମ୍ପର୍କ ଏକ ଘଡିସନ୍ଧି ମୂହୁର୍ତ୍ତ ଦେଇ ଗତି କରୁଛି ଏବଂ ମାତ୍ର ଏକ ସାମାନ୍ୟ କାରଣରୁ ଏହା ଏକ ବଡ ଚାଲେଞ୍ଜ ଭାବେ ଉଭା ହୋଇଛି | ଗତ ସପ୍ତାହରେ ନେପାଳ ଏହାର ସମ୍ବିଧାନରେ ସଂଶୋଧନ କରିବା ସହ ଭାରତର ସାର୍ବଭୌମ୍ୟ ଭୂଖଣ୍ଡକୁ ଅନ୍ତର୍ଭୁକ୍ତ କରି ଏହାର ନୂତନ ମାନଚିତ୍ର ଜାରି କରିବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନାର ସୂତ୍ରପାତ ହୋଇଥିଲା | ଏହି ଅଞ୍ଚଳ ଗୁଡିକ ହେଲା ଚୀନ ସୀମା ନିକଟସ୍ଥ ଉତ୍ତରାଖଣ୍ଡର କଳାପାଣି, ଲିପୁଲେଖ ଓ ଲିମ୍ପ୍ୟାଧୁରା ଯେଉଁ ମାର୍ଗ ଦେଇ ପାରମ୍ପରିକ ଭାବେ କୈଳାଶ ମାନସରୋବର ଯାତ୍ରା କରାଯାଇଆସୁଛି | ଏହି ମାନଚିତ୍ରର ଏକ ବାହ୍ୟରେଖା ନେପାଳର ଜାତୀୟ ପ୍ରତୀକରେ ରହିଛି | ଭାରତୀୟ ଭୂଖଣ୍ଡକୁ ସାମିଲ କରି ଏକତରଫା ଭାବେ ନୂଆଁ ମାନଚିତ୍ର ଜାରିକରାଯାଇଛି ଯାହାକି ଆଦୌ ଗ୍ରହଣୀୟ ନୁହେଁ ଏବଂ ଏହାକୁ କୌଣସି ପରିସ୍ଥିତିରେ ଏଡାଇ ଦିଆଯାଇପାରିଥାନ୍ତା | ନେପାଳ ଏହାର ନାଗରିକତା ଆଇନର...